Thu. Oct 23rd, 2025
453684943

ନ୍ୟୁଜ ଡେକ୍ସ: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ୪୦ରୁ ୫୦କିମି ବେଗରେ ପବନ ବି ବହିବ। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଜି ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିଛି । କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । ଦାରିଙ୍ଗିବାଡ଼ିରେ ୨୦ ମିମି ଓ ରାୟଗଡ଼ାରେ ୪.୨ ମିମି ବର୍ଷା ହୋଇଥିବା ଜଣାପଡ଼ିଛି ।

453684943

Leave a Reply

Your email address will not be published. Required fields are marked *