ନ୍ୟୁଜ ଡେକ୍ସ: କାଳବୈଶାଖୀ ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ବାଲେଶ୍ୱର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ସହିତ ୪୦ରୁ ୫୦କିମି ବେଗରେ ପବନ ହୋଇପାରେ ।
୧୭ରୁ ୧୯ ତାରିଖ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେ ସବୁ ଜିଲ୍ଲା ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
