Thu. Oct 23rd, 2025

ନ୍ୟୁଜ ଡେକ୍ସ : କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା । ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ଚାଲିଛି। କଳାବଜାର, ଅପମିଶ୍ରଣ ଓ ବଜାରରେ ୟୁରିଆ ମିଳୁନଥିବାରୁ ଚାଷୀ କୂଳ ଏବେ ହନ୍ତସନ୍ତ। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି।

ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଆଜି ରାସ୍ତାରେ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଚାଷୀ କୂଳର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ ଓଡିଶା ଚାଷୀ କୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ସେ ଦାବି କରିଛନ୍ତି।ନବୀନ ଆହୁରି ମଧ୍ୟ ଲେଖିଛନ୍ତି ଯେ, କୃଷି ଓଡ଼ିଶା ଅର୍ଥନୀତିର ମୁଖ୍ୟ ଆଧାର। ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ।

ଗତ ଦୁଇ ଦଶନ୍ଧିରେ ଓଡ଼ିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡ଼ିଶାକୁ ଏ ସଫଳତା ଆଣି ଦେଇଥିଲା।ଓଡ଼ିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି।

ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡ଼ିଶା ସରକାରଙ୍କ agency Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜରାସ୍ତାକୁ ଓଲ୍ହାଉଛି। ଯାହାକି ଚିନ୍ତାର ବିଷୟ। ଯୋଗାଣ ଶୃଙ୍ଖଳାର କୁପରିଚାଳନା ସହିତ ସାର ଅଭାବ ଓ ଦୁର୍ନୀତି ଯୋଗୁଁ ଚାଷୀକୁ ଆଜି ଏ ଅବ୍ୟବସ୍ଥାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ନବୀନ ଉଦବେଗ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *