Thu. Oct 23rd, 2025

ନ୍ୟୁଜ ଡେକ୍ସ: ନୂଆବର୍ଷଠାରୁ ରାତିର ତାପମାତ୍ରା ହ୍ରାସ ପାଇବ। ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ହ୍ରାସ ପାଇବାକୁ ଥିବାରୁ ପ୍ରବଳ ଥଣ୍ଡା ଅନୁଭୂତ ହେବ। ଜାନୁଆରି ୨ରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ତଳକୁ ଖସି ଆସିବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପଡ଼ିପାରେ। ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲାଗି ରହିବ। ଆଜିଠାରୁ ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ,ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ ଆଦି ଜିଲ୍ଲାରେ ତାପମାତ୍ରା କମିବ।

ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଶୀତ ସହ ଘନ କୁହୁଡି ଅସ୍ତବ୍ୟସ୍ତ କରିବ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *