Thu. Oct 23rd, 2025

ନ୍ୟୁଜ ଡେକ୍ସ: ଖୁବ୍ ଶୀଘ୍ର ତୁଟିବ ମହାନଦୀ ଜଳ ବିବାଦ। କେନ୍ଦ୍ର ସରକାର-ଛତିଶଗଡ଼-ଓଡ଼ିଶା ସରକାର ମିଳିତ ଭାବେ ଆଲୋଚନା କରି ଏହାର ଆପୋସ ସମାଧାନ କରିବେ। ଓଡ଼ିଶା ଗସ୍ତରେ ଆସିଥିବା ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହି ଅବସରରେ ସେ କହିଛନ୍ତି ଯେ ଟ୍ରିପଲ ଇଞ୍ଜିନ୍ ସରକାର ଲୋକଙ୍କୁ ଉଚିତ ସେବା ଯୋଗାଇ ଦେବାକୁ ସବୁ ପ୍ରକାର ଚେଷ୍ଟା କରିବେ।ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଏହି ବିବାଦର ଆପୋଷ ସମାଧାନ ପାଇଁ ମୋହନ ଚରଣ ମାଝୀ ପରାମର୍ଶ ଦେଇଥିଲେ। ଦୁଇ ରାଜ୍ୟ ପରସ୍ପରର ପଡ଼ୋଶୀ ରାଜ୍ୟ ଏବଂ ଉଭୟ ରାଜ୍ୟ ମଧ୍ୟରେ ଭାଷା ଓ ଭାବଗତ ସାମଞ୍ଜସ୍ୟ ମଧ୍ୟ ରହିଛି ବୋଲି ମତ ଦେଇ ମୋହନ ମାଝୀ କହିଥିଲେ ଯେ, ଉଭୟ ରାଜ୍ୟର ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଏହାର ତୁରନ୍ତ ସମାଧାନ ହେବା ଆବଶ୍ୟକ।

ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଏହା ଉପରେ ସକାରାତ୍ମକ ମତାମତ ପ୍ରକାଶ କରି କହିଥିଲେ ଯେ, ସେ ସଦାସର୍ବଦା ଆପୋଷ ସମାଧାନ ସପକ୍ଷରେ ଅଛନ୍ତି। ଆଲୋଚନା ଜରିଆରେ ଏହି ସମସ୍ୟାର ଉପଯୁକ୍ତ ସମାଧାନ ହୋଇପାରିବ ବୋଲି ସେ ମତ ଦେଇଥିଲେ।

Leave a Reply

Your email address will not be published. Required fields are marked *