Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ ।ଏନେଇ ଅଭିଯାନ ଆରମ୍ଭ ହୋଇଯାଇଛି । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଏ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ରାଜ୍ୟରେ ବିଭିନ୍ନ ଜାଗାରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଇ ଅନେକ ଜାଗାରେ ଚୋରା ଗଞ୍ଜେଇ ବ୍ୟବସାୟ କରାଯାଉଛି ।

ଆଗାମୀ ଦିନରେ ଜନଜାତିର ଗରିବ ଲୋକଙ୍କୁ ମିଛ କହି ଯେଉଁମାନେ ଗଞ୍ଜେଇ ଚାଷ କରନ୍ତି ସରକାର ସେମାନଙ୍କ ଉପରେ ନଜର ରଖିଛନ୍ତି । ଏହାସହ ଜନଜାତିଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ । ପୋଲିସ ବିଭାଗ ସହ ମିଶି ଆଲୋଚନା କରାଯିବ ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନ।

ଏଥିସହିତ ଗଞ୍ଜେଇ ଚାଷରୁ ନିବୃତ୍ତ ରହିବା ପାଇଁ ଲୋକଙ୍କୁ ସଚେତନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ପୋଲିସ୍ ବିଭାଗ ସହ ମିଶି ଏ ବିଷୟରେ ଆଲୋଚନା କରାଯାଉଛି । ସେମାନଙ୍କୁ ଗଞ୍ଜେଇ ଚାଷରୁ ନିବୃତ୍ତ କରାଇବା ଓ ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ।

Leave a Reply

Your email address will not be published. Required fields are marked *