Thu. Oct 23rd, 2025

ନ୍ୟୁଜ ଡେକ୍ସ : ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ୭୯ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ସମ୍ବୋଧନ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ବୋଧନ ଆରମ୍ଭରେ ମହିଳା ସୁରକ୍ଷା ଉପରେ କହିଛନ୍ତି । ସେ କହିଛନ୍ତି ଯେ, ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି ରହିଛି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ସଙ୍ଗଠିତ ଅପରାଧକୁ ଦମନ କରାଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।ଅପରାଧ କରୁଥିବା କିମ୍ବା ଏଥିରେ ଜଡିତ ଥିବା ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ନା କାହିଁକି ସେମାନଙ୍କୁ ଛଡାଯିବ ନାହିଁ । ସେମାନଙ୍କ ସ୍ଥାନ ଜେଲ୍‌ରେ ସମାଜରେ ନୁହେଁ ।

ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ । ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ ବୋଲି ସେ କହିଥିଲେ ।ଏହା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବୃଦ୍ଧି ପାଉଥିବା ନିଶା କାରବାର ଉପରେ ଗୁରୁତ୍ବାରୋପ କରି କହିଥିଲେଯେ, ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର । ନିଶା ମାଫିଆଙ୍କୁ ଦମନ ପାଇଁ ନିର୍ଦ୍ଦେଶ ଦେଇଛି ।

Leave a Reply

Your email address will not be published. Required fields are marked *