ନ୍ୟୁଜ ଡେକ୍ସ: ରୋଡ଼ ସଂଯୋଗୀକରଣରେ ଏକ ନମ୍ବର ହେବ ଓଡ଼ିଶା । ଆସନ୍ତାକାଲି (ଗୁରୁବାର) କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ୪ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ।
ଏପ୍ରିଲ ୧୭ ଅର୍ଥାତ୍ ଆସନ୍ତାକାଲି କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ । ଏଥିସହିତ ବିଭିନ୍ନ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା କରିବେ । ଏହି ଗସ୍ତରେ ବରମୁଣ୍ଡା ଗ୍ରାଉଣ୍ଡରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ୪ ହଜାର କୋଟିର ୧୯ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ।
ଏହା ସହ ୧୩ଟି ଜାତୀୟ ରାଜପଥ ପ୍ରକଳ୍ପ ୨୯୦୫ କୋଟିର ଶିଳାନ୍ୟାସ କରିବେ । ୪୨୭ କୋଟିରେ ୪ଟି ସିଆରଆଇଏଫ୍ ବ୍ରିଜ୍ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି ।
