Thu. Oct 23rd, 2025

ନ୍ୟୁଜ ଡେକ୍ସ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ। ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ।ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ।

ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ସୁବର୍ଣ୍ଣ ଚିତାଲାଗି କରନ୍ତି।

Leave a Reply

Your email address will not be published. Required fields are marked *