Thu. Oct 23rd, 2025

ନ୍ୟୁଜ ଡେକ୍ସ: ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି। ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ବଢିଲା ଭତ୍ତା।ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି।

ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ। ଓଡିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *