Mon. Jun 15th, 2026

ନ୍ୟୁଜ ଡେକ୍ସ : ଘର ଭିତରେ କିରୋସିନ ଢାଳି ହୋଇ ଜିଅନ୍ତା ଜଳିଗଲେ ଯୁବତୀ। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଦା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଜଣଙ୍କ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ।

ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ସ୍ପଷ୍ଟ ହୋଇନି। ଖବର ଲେଖାଯିବା ସୁଦ୍ଧା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ସତ୍ୟାସତ୍ୟ ସ୍ପଷ୍ଟ ହୋଇନି।ସେ ନିଜେ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ଜୀବନ ହାରିବା ପାଇଁ କହିଛି ସେନେଇ ମଧ୍ୟ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି।

ଘରେ କେହି ନଥିବା ସମୟରେ ଏହି ଘଟଣା ହୋଇଛି। ପୂର୍ବରୁ ଏନେଇ ଥାନାରେ ଅଭିଯୋଗ ହୋଇଥିବା କୁହାଯାଉଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଯଦି ଅଭିଯୋଗ ସତ ହୋଇଥାଏ ତାହେଲେ ସାଙ୍ଘାତିକ୍। ପୁଲିସ କାହିଁକି କାର୍ଯ୍ୟାନୁଷ୍ଠାନ ନେଲା ନାହିଁ, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Leave a Reply

Your email address will not be published. Required fields are marked *