ନ୍ୟୁଜ ଡେକ୍ସ: ଘାଟିରେ ଓଲଟିଲା ବସ୍ । ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ମୁକୁନ୍ଦପୁର ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଛି ଏକ ଯାତ୍ରୀ ବସ୍ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନା ମୁତାବକ, ମା ବାଙ୍ଗାରାମା ବସ୍ ୪୫ଜଣ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ରାୟଗଡା ଅଭିମୁଖେ ଆସୁଥିଲା। ବାଟରେ ମୁକୁନ୍ଦପୁର ଘାଟି ପଡ଼ିଥିଲା। ଘାଟିରେ ଯାଉଥିବା ବେଳେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୨୩ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ସେଥିମଧ୍ୟରୁ ୩ ଜଣ ଯାତ୍ରୀ ଗୁରୁତର ହୋଇଥିଲେ। ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ।
ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଏହି ଦୁର୍ଘଟଣାରେ ବସ୍ର ସମସ୍ତ ଯାତ୍ରୀ ଅଳ୍ପ ବହୁତ ଆହତ ହୋଇଥିବା ନେଇ ଯାତ୍ରୀ କହିଛନ୍ତି ଏବଂ ସୌଭାଗ୍ୟବଶତଃ କେହି ମୃତ୍ୟୁ ବରଣ କରିନଥିବା ନେଇ ସୂଚନା ମିଳିଛି ।
