Sat. Feb 21st, 2026

ନ୍ୟୁଜ ଡେକ୍ସ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ । କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇଛି । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ତ । ଚଳିତ ବର୍ଷ ପାସ୍ହାର ରହିଛି ୯୪.୯୩% । ଏଥର ବି ବାଜିମାରିଲେ ଛାତ୍ରୀ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି ।

ବୋର୍ଡର ଅଫିସିଆଲ ୱେବସାଇଟ୍‌ www.bseodisha.ac.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ନିଜ ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ପରୀକ୍ଷାର୍ଥୀ ରେଜଲ୍ଟ ଯାଞ୍ଚ କରିପାରିବେ। ଏହାଛଡା SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀ ସେମାନଙ୍କ ଫଳ ଦେଖିପାରିବେ.OR10 ଲେଖି ରୋଲ ନମ୍ବର ଦେଇ 5676750କୁ ମେସେଜ କଲେ ଆସିଯିବ ରେଜଲ୍ଟ। ସୂଚନା ମୁତାବକ ଗତ ୧୯ ରୁ ଆରମ୍ଭ ହେଇଥିଲା ମାଟ୍ରିକ ଖାତା ଦେଖା।

ରାଜ୍ୟର ୨୦ ହଜାର ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ଏହି ଖାତା ଦେଖା କାମରେ ନିୟୋଜିତ ହେଇଥିଲେ। ମେ ପ୍ରଥମ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନ ନେଇ ବୋର୍ଡର ଲକ୍ଷ୍ୟ ରଖିଥିଲା। ଫେବୃଆରୀ ୨୧ ରୁ ରାଜ୍ୟର ୩୧୩୩ ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ଏହି ପରୀକ୍ଷା ଚାଲିଥିଲା। ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ୩୦ ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ହୋଇଥିଲା।

Leave a Reply

Your email address will not be published. Required fields are marked *