Mon. Dec 23rd, 2024

ନ୍ୟୁଜ ଡେସ୍କ: ସୁପ୍ରିମ କୋର୍ଟଙ୍କ ବଡ଼ ରାୟ। ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଅର୍ଥାତ୍ ୧୮ବର୍ଷରୁ କମ୍‌ ବୟସ୍କଙ୍କୁ ଅଶ୍ଳୀଳ ଭାବେ ଚିତ୍ରଣ କରିବା ଅପରାଧ। ସେମାନଙ୍କ ନ୍ୟୁଡ୍ କଣ୍ଟେଣ୍ଟକୁ ଇଲେକ୍ଟ୍ରୋନିକ୍ସ କିମ୍ୱା ଅନ୍ୟ କୌଣସି ଫର୍ମାଟରେ ପ୍ରକାଶ କରିବା ଏବଂ ଏହାକୁ ଅନ୍ୟମାନଙ୍କୁ ପଠାଇବା ଅପରାଧ ଭାବରେ ବିବେଚନା କରାଯିବ। ସିଜେଆଇ ଡିଓ୍ୱାଇ ଚନ୍ଦ୍ରଚୂଡ୍, ଜଷ୍ଟିସ୍ ଜେ.ବି ପାରଡିୱାଲା ଏବଂ ଜଷ୍ଟିସ୍ ମନୋଜ ମିଶ୍ରଙ୍କ ବେଞ୍ଚ ଏହି ନିଷ୍ପତ୍ତି ଶୁଣାଇନ୍ତି।

ଏହି ରାୟ ଦେବାବେଳେ ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟ ନିଷ୍ପତ୍ତିକୁ ମଧ୍ୟ ରଦ୍ଦ କରି ଦେଇଛନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ ଶିଶୁ ଅଶ୍ଳୀଳତା ଡାଉନଲୋଡ୍ କିମ୍ବା ଦେଖିବା ପୋକ୍ସୋ ଅଧିନିୟମ ଅଟେ । ମାଡ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦର୍ଶାଯାଇଛି ଯେ କେବଳ ଶିଶୁ ଅଶ୍ଳୀଳତା ଡାଉନଲୋଡ୍ ଏବଂ ଦେଖିବା ପୋକ୍ସୋ ଆକ୍ଟ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ନୁହେଁ । ‘ଶିଶୁ ଅଶ୍ଳୀଳତା’ ଶବ୍ଦକୁ ‘ଶିଶୁ ଯୌନ ଶୋଷଣ ଏବଂ ଅପବ୍ୟବହାର ସାମଗ୍ରୀ’ ସହିତ ବଦଳାଇବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି ।

‘ଅଶ୍ଳୀଳତା’ ଶବ୍ଦକୁ ଆଉ ବ୍ୟବହାର ନକରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ମାଡ୍ରାସ ହାଇକୋର୍ଟଙ୍କ ଏହି ରାୟ ଆସିବା ପରେ ଶିଶୁ ଅଧିକାର ପାଇଁ କାର୍ଯ୍ୟ କରୁଥିବା ଅନେକ ସଂଗଠନ ଏହାକୁ ବିରୋଧ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଆଜି ଏହି ମାମଲାର ଶୁଣାଣି ହୋଇଛି।

Leave a Reply

Your email address will not be published. Required fields are marked *