Sat. Feb 21st, 2026

ନ୍ୟୁଜ ଡେକ୍ସ: ଆସନ୍ତା ଦୁଇ ଦିନ ରାଜ୍ୟରେ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ସୋମବାର ଖୋର୍ଦ୍ଧା, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କୋରାପୁଟ ଓ କଟକରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ କମିବା ନେଇ ସମ୍ଭାବନା ରହିଛି ।

ଆସନ୍ତା ୨୨ ଏବଂ ୨୩ରେ ବଙ୍ଗୋପସାଗରରେ ଗୁରୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିପାଇଁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବାରୁ ରାତିରେ ବଢିବ ତାପମାତ୍ରା । ଆଉ ଗୁରୁଚାପ ବଳୟ ଯୋଗୁଁ ଘନକୁହୁଡି ସମ୍ଭାବନା ମଧ୍ୟ ରହିଛି । ଅନ୍ୟପଟେ ଏବେ ରାଜ୍ୟରେ ଶୀତ ପଡୁଥିବା ବେଳେ କିଛି କିଛି ସ୍ଥନରେ ଘନ କୁହୁଡି ଦେଖାଦେଉଛି ।

ଏଥିପାଇଁ ଆସନ୍ତା ୨୨ ଯାଏଁ ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କଟକ, କେନ୍ଦ୍ରାପଡା, କନ୍ଧମାଳକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ ଦିନ କଲବଲ କରିବ ଘନ କୁହୁଡି ସାଙ୍ଗକୁ ଶୀତ । ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । ଜିରୋ ଭିଜିବିଲିଟି ପରିସ୍ଥିତି ନେଇ ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *