Sat. Feb 21st, 2026

ନ୍ୟୁଜ ଡେକ୍ସ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି। ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।

ଟିମ ଇଣ୍ଡିଆ ଦଳ ପାଇଁ ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରକାଶ କରିଛନ୍ତି। ନିଜର ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଲେଖିଛନ୍ତି, ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିବା ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ଭାରତ ଏକମାତ୍ର ଦଳ ଭାବେ ଏହି ଟ୍ରଫିକୁ ତୃତୀୟ ଥର ଜିତିଛି।

ଇତିହାସ ରଚିବା ପାଇଁ ଖେଳାଳି, ମ୍ୟାନେଜମେଣ୍ଟ ଓ ସପୋର୍ଟ ଷ୍ଟାଫ ସର୍ବାଧିକ ପ୍ରଶଂସାର ଅଧିକାରୀ। ଭାରତୀୟ କ୍ରିକେଟର ଭବିଷ୍ୟତ ଉଚ୍ଚ୍ବଳ ହେଉ ବୋଲି ସେ ଏକ ପୋଷ୍ଟ କରି କହିଛନ୍ତି।ସେହିପରି ଟିମ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଟିମ ଇଣ୍ଡିଆର ସଫଳତା ପାଇଁ ପୂରା ଦେଶ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *