Mon. Dec 23rd, 2024

ନ୍ୟୁଜ ଡେକ୍ସ: ଡିଜିପି ସମ୍ମିଳନୀ ପାଇଁ ରାଜଧାନୀରେ ସ୍କୁଲ ବନ୍ଦ । ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଗୁଡିକୁ ଦିନ ୧ଟା ପରେ ଛୁଟି ଘୋଷଣା କରିବା ପାଇଁ ଘୋଷଣା କଲେ ରାଜ୍ୟ ସରକାର । ତିନି ଦିନିଆ ଡିଜିପି ସମ୍ମିଳନୀକୁ ନଜରରେ ରଖି ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏହି ଘୋଷଣା କରାଯାଇଛି।

ଟ୍ରାଫିକ କଟକଣା ଯୋଗୁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ। ଏହି ଆଶଙ୍କାରେ ଆଜି ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି। ରାଜ୍ୟରେ ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ, ସମସ୍ତ ରାଜ୍ୟର ଡିଜି ଏବଂ ଅନ୍ୟ ଭିଆଇପି ଅତିଥି ଆସୁଥିବାରୁ ସୁରକ୍ଷା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଅନ୍ୟପକ୍ଷରେ ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବିଏହି ସମ୍ମିଳନୀରେ ଯୋଗ ଦେବେ। ଏଥିପାଇଁ କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି କମିଶନରେଟ୍ ପୁଲିସ। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।

ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି। ଏହି ସଭାରେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ, ଗଞ୍ଜେଇ ଓ ବ୍ରାଉନସୁଗର କାରବାର, ଏଆଇ ଟେକ୍ନୋଲୋଜି, ଜେଲ୍ ସଂସ୍କାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା । ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ରାଜଧାନୀରେ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି । ତେଣୁ ଟ୍ରାଫିକ୍ ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଏବଂ ବେସରକରୀ ସ୍କୁଲ୍ ଗୁଡିକୁ ଦିନ ୧ଟାରୁ ବନ୍ଦ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *