ନ୍ୟୁଜ ଡେକ୍ସ: ଆସନ୍ତା ୧୬ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି ।
ରାଜଧାନୀ ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଏହି ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ତା.୨୮.୧୦.୨୦୨୪ ରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ କେବଳ ଏହି ଶୁଣାଣି ଉଦ୍ଦିଷ୍ଟ ହେବ। ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ।
ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ।ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସେହିପରି ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ ମଧ୍ଯ କରାଯାଇଛି।