ନ୍ୟୁଜ ଡେକ୍ସ : ରାଜ୍ୟରେ ଦିନକୁ ଦିନ ଅସହ୍ୟ ତାତି ବୃଦ୍ଧି ପାଉଥିବା ବେଳେ ପରିସ୍ଥିତି ଦେଖି ଚାରିଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ କରାଯାଇଛି। ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ଏହି ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମ ତାପମାନ ଅସାମାନ୍ୟ ଭାବେ ବଢ଼ିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।
ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ୨୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ ସହ ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି। ପରିସ୍ଥିତି ଅନୁଯାୟୀ ଆଗାମୀ ଦିନରେ ଛୁଟି ବୃଦ୍ଧି ନେଇ ନିଷ୍ପତ୍ତି ହେବ ବୋଲି ଜଣାପଡ଼ିଛି।ସେହିପରି ସୁବର୍ଣ୍ଣପୁର ଜିଲ୍ଲାରେ ୨୨ ତାରିଖ ପର୍ଯ୍ୟନ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଦିଆଯାଇଛି। ତିବ୍ର ତାପମାନ ଓ ଗରମ ହାଡ଼ି ବଢ଼ିଥିବାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ଦ୍ୱାରା ନିର୍ଦ୍ଦେଶ ଜାରି ହୋଇଛି।କଳାହାଣ୍ଡି ଜିଲ୍ଲାରେ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା ହୋଇଥିବାବେଳେ ବୌଦ୍ଧ ଜିଲ୍ଲାରେ ୨୨ ତାରିଖ ଯାଏଁ ସ୍କୁଲ ବନ୍ଦ ରହିବ।
ଶିଶୁମାନଙ୍କୁ ତାତିର ପ୍ରଭାବରୁ ସୁରକ୍ଷିତ ରଖିବା ଓ ସ୍ୱାସ୍ଥ୍ୟ ଜଣ୍ୟ ସତର୍କତା ନେବା ପାଇଁ ଏହି ଛୁଟି ଘୋଷଣା କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାନ ୪୦ ଡିଗ୍ରୀରୁ ଅଧିକ ରେକର୍ଡ ହେଉଥିବାରୁ ସାଧାରଣ ଜନଜୀବନ ମଧ୍ୟ ବ୍ୟାପକ ପ୍ରଭାବିତ ହେଉଛି। ଏହି ପରିସ୍ଥିତିରେ ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ ଦିନେଶର ତୀବ୍ର ଧୂପରୁ ଦୂରେ ରହିବା, ପର୍ଯ୍ୟାପ୍ତ ପାଣି ପିଇବା ଓ ଆବଶ୍ୟକ ନହେଲେ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

