ନ୍ୟୁଜ ଡେକ୍ସ: ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଘୂର୍ଣ୍ଣିବଳୟ ଦାନା ବାନ୍ଧୁଛି। ଏହା ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଗତି କରିବ।
ପରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବାର ସମ୍ଭାବନା ରହିଛି। ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଥିବା ସତର୍କ କରାଇଛି ପାଣିପାଗ ବିଭାଗ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଏହି ସମୟରେ ପବନର ବେଗ ମଧ୍ୟ ୩୦ରୁ ୪୦ ଡିଗ୍ରୀ ରହିବ । ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି ।
