ନ୍ୟୁଜ ଡେସ୍କ: ଆମେ ବାତ୍ୟା ‘ଦାନା’ର ସଫଳତାର ସହ ମୁକାବିଲା କରିଛୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ଥିଲା, ଆମେ ଏଥିରେ ସଫଳତା ହାସଲ କରିଛୁ। ଦଳଗତ ଭାବେ କାମ କରିବା ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଲା ଓ ଏହାର ସୁଫଳ ରାଜ୍ୟବାସୀ ପାଇଛନ୍ତି ।’ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି । ଆଜି ସକାଳୁ ସକାଳୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପହଞ୍ଚି ପୁଣି ଥରେ ବାତ୍ୟାର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଥିଲେ ।
ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି । ବାତ୍ୟା ‘ଦାନା’ ଦ୍ବାରା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।