ନ୍ୟୁଜ ଡେକ୍ସ: ଆଜି ଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଗସ୍ତ ସମୟରେ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାର ମଧ୍ୟ ସୂଚନା ରହିଛି ।
ଏହି ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସୂଚନା ମିଳିଛି। ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।
ମୁଖ୍ୟମନ୍ତ୍ରୀଙ୍କ ଏହି ବିଦେଶ ଗସ୍ତ ସମୟରେ ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଏବଂ କେତେକ ବରିଷ୍ଠ ଅଧିକାରୀ ଯିବେ ବୋଲି ଜଣାପଡ଼ିଛି। ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆସନ୍ତାକାଲିଠୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀ ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।