ନ୍ୟୁଜ ଡେକ୍ସ: ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗର ପୂର୍ବାନୁମାନ ଏବଂ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଘନକୁହୁଡ଼ି ଅନୁଭୂତ ହେବ। ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା। କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।ଜାନୁଆରି ୧୭ ସକାଳ ସାଢ଼େ ୮ଟାରୁ ଜାନୁଆରି ୧୮ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଏବଂ ଝାରସୁଗୁଡା ଜିଲ୍ଲା ରହିଛି।
ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଛି।ଅଧିକ ପଢ଼ନ୍ତୁ: କାଇପଦର ଅଞ୍ଚଳରୁ ଏଚ୍ଏମପିଭି ଆକ୍ରାନ୍ତ ଚିହ୍ନଟ ଗୁଜବ ନେଇ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟାସେହିପରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
