Mon. Dec 23rd, 2024

ନ୍ୟୁଜ ଡେସ୍କ: ଦୁଇଦିନ ଯାଏଁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ହବିଷ୍ୟାଳି । ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ଓ ଆସନ୍ତାକାଲି ପାଇଁ ହବିଷ୍ୟାଳୀଙ୍କ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ବାତିଲ କରାଯାଇଛି ।

ସେପଟେ ହବିଷ୍ୟାଳି କେନ୍ଦ୍ରରେ ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ଆନନ୍ଦ ବଜାରରେ ଥିବା ଅସ୍ଥାୟୀ ଟିଣ ବାହାର କରିଦିଆଯାଇଛି। ବର୍ଷା ପାଣିରୁ ରକ୍ଷା ପାଇଁ ଅସ୍ଥାୟୀ ଖଟସେଜ ଘର ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ସିଂହଦ୍ୱାର ସମ୍ମୁଖ LED ସ୍କ୍ରିନ ଅପସାରଣ କରାଯାଇଛି। କୋଇଲି ବୈକୁଣ୍ଠ ପରିସର ଗୃହରେ ଟିଣ ସିଟ୍ ଛାତ ଉପରେ ଦିଆଯାଇଛି ବାଲି ବସ୍ତା।

ସାତପାହାଚ ନିକଟରେ ଭକ୍ତଙ୍କ ସୁବିଧା ପାଇଁ ଧାଡ଼ି ବ୍ୟବସ୍ଥା ବାରିକେଡ୍ ଉପର ଛାତ କଢ଼ାଯାଇଛି। ସିଂହଦ୍ବାର ସମ୍ମୁଖ ଧାଡ଼ି ବ୍ୟବସ୍ଥା ଉପର ପାଲ ମଧ୍ୟ କଢ଼ାଯାଇଛି। ଏଥିସହ ସିସିଟିଭି ବ୍ୟବସ୍ଥା ପ୍ରଭାବିତ ନ ହେବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *