Sun. Feb 22nd, 2026

ନ୍ୟୁଜ ଡେକ୍ସ: ରାଜ୍ୟରେ କଲବଲ କରୁଛି ତାତି। ପ୍ରଚଣ୍ଡ ଅଗ୍ନିବର୍ଷାରେ ଛଟପଟ ହୋଇ ଯାଇଛି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶା । ସୋମବାର ବି ନିସ୍ତାର ନାହିଁ । ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି, ଜଳିବ ପଶ୍ଚିମ, ଆଭ୍ୟନ୍ତରୀଣ ସହ ଉତ୍ତର ଓଡ଼ିଶା । ଝାରସୁଗୁଡ଼ା, ସମ୍ବଲପୁର ଓ କଳାହାଣ୍ଡି ଜିଲ୍ଳାର ଅଧିକାଂଶ ଅଞ୍ଚଳରେ ଅତି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ ।

ପାଣିପାଗ ବିଭାଗର ପୂର୍ବାନୁମାନ, ଆସନ୍ତା ୩ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ସର୍ବାଧିକ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ସେହିପରି ରାତି ତାପମାତ୍ରା ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି ।

ତେବେ ପ୍ରଚଣ୍ଡ ଅଗ୍ନିବର୍ଷାରେ ଛଟପଟ ହେଉଛି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶା । କ୍ରମାଗତ ଦ୍ବିତୀୟ ଦିନ ପାଇଁ ଗତକାଲି ବୌଦ୍ଧ ଥିଲା ଦେଶର ସବୁଠୁ ଉତ୍ତପ୍ତ ସହର। ଗତକାଲି ବୌଦ୍ଧର ତାପମାତ୍ରା ଥିଲା ୪୩.୬ ଡିଗ୍ରୀ ସେଲସିଅସ୍ ଛୁଇଁଥିଲା । ସେହିପରି ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଥିଲା ଦେଶର ଦ୍ବିତୀୟ ଉତ୍ତପ୍ତ ସହର ।

Leave a Reply

Your email address will not be published. Required fields are marked *