Thu. Oct 23rd, 2025

ନ୍ୟୁଜ ଡେକ୍ସ: କଂଗ୍ରେସ ବିଧାୟକ ହୁଇସିଲ୍ ବଜେଇଲେ । ବାଚସ୍ପତି ବିଧାନସଭାକୁ ମୁଲତବି ଘୋଷଣା କଲେ । ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ ।

ତେବେ ଏହାପରେ କିନ୍ତୁ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । କଂଗ୍ରେସ ବିଧାୟକଙ୍କ ହୁଇସିଲ୍ ପ୍ରତିବାଦ ପରେ ୧୨ ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ତେବେ ଆଜି ବିଧାନ ସଭା ଆରମ୍ଭରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । କିନ୍ତୁ ଏହା ପରେ ପରେ କଂଗ୍ରେସ ବିଧାୟକମାନେ ପ୍ରତିବାଦ ଆରମ୍ଭ କରିଦେଇଥିଲେ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ ।

ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ଆଦେଶ ଦେଇଥିଲେ , ହେଲେ କିଛି କି ଖାତିର ନକରି ବିଧାୟକମାନେ ହୁଇସିଲ୍ ବଜାଇବା ଜାରି ରଖିଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *