Thu. Oct 23rd, 2025

ନ୍ୟୁଜ ଡେକ୍ସ: ସୋମବାର ଓଡି଼ଶାର ଉତ୍ତର ପଶ୍ଚିମାଞ୍ଚଳର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ । ବାକି ଅନ୍ୟ ଜିଲ୍ଲା ପାଗ ପ୍ରାୟତଃ ଶୁଖିଲା ରହିବ । କିନ୍ତୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି଼ ଲାଗି ରହିବ । ସେଥିପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୩୧ରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ଜାଗାରେ ମଧ୍ୟମ ଧରଣର କୁହୁଡି଼ ପଡି଼ବ ।

ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଆସନ୍ତା ୩୧ରେ ବରଗଡ଼, ବଲାଙ୍ଗୀର, ନୂଆପଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ଜାଗାରେ ମଧ୍ୟମ ଧରଣର କୁହୁଡି ପଡିବ। କିନ୍ତୁ ଜାନୁଆରୀ ୫ ଯାଏ ସାରା ରାଜ୍ୟର ପାଗ ଶୁଖିଲା ରହିବ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ମୁତାବକ, ଗତ ୨୬ରେ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟର ଭୟ ଓଡିଶାକୁ ନାହିଁ।ସେହିପରି ଜାନୁଆରୀ ୩ରେ ମଧ୍ୟ ଏକ ଚାପ ସୃଷ୍ଟି ହେବ।

ଏହି ଚାପର ପ୍ରଭାବ ମଧ୍ୟ ଓଡିଶାରେ ପଡିବ ନାହିଁ। ଗତ ୩ ଦିନ ଧରି ରାଜ୍ୟରେ ବର୍ଷା ହୋଇନି। ଖାଲି ଯାହା, ଅଳ୍ପ ମାତ୍ରାରେ ଶୀତ ବଢିଛି। ସପ୍ତାହେ ଯାଏ ପାଗ ଖରାଟିଆ ଓ ଶୁଖିଲା ରହିବ। ଏବେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ସର୍ବାଧିକ ଶୀତ ଅନୁଭୂତ ହେବ। ତାପରେ ଦକ୍ଷିଣ ଆଭ୍ୟନ୍ତରରେ ସର୍ବନିମ୍ନ ତାପମାତ୍ରା କମିଯିବ।

Leave a Reply

Your email address will not be published. Required fields are marked *