Sat. Apr 18th, 2026

ନ୍ୟୁଜ ଡେକ୍ସ: ପଞ୍ଚଭୂତରେ ବିଲୀନ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନ। ପୁରୀ ସ୍ୱର୍ଗଦ୍ୱାରରେ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ। ମୁଖାଗ୍ନି ଦେଲେ ପୁଅ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅନ୍ତିମ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯୋଗଗୁରୁ ରାମଦେବ ବାବା, ପୁରୀ ସଂସଦ ଡାକ୍ତର ସମ୍ବିତ ପାତ୍ର, ବହୁ ବରିଷ୍ଠ ନେତା।

ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ନିଆଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ । ଭୁବନେଶ୍ବରରୁ ଏକ ସୁସଜ୍ଜିତ ଗାଡ଼ିରେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ମୃତଦେହ ସ୍ୱର୍ଗଦ୍ୱାର ଶ୍ମଶାନକୁ ଅଣାଯିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।

ବିଭିନ୍ନ ରାଜନୈଦିକ, ସାମାଜିକ ଓ ସାଂସ୍କୃତିକପକ୍ଷରୁ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

Leave a Reply

Your email address will not be published. Required fields are marked *