Thu. Oct 23rd, 2025

ନ୍ୟୁଜ ଡେକ୍ସ: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ । ଭୁବନେଶ୍ବର ଖାରବେଳନଗର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଶ୍ରୀରାଧା, ଶ୍ରୀପଳାତକ ପାଇଁ ପାଇଥିଲେ ପ୍ରସିଦ୍ଧି। ଆଧୁନିକ କାବ୍ୟ ସାହିତ୍ୟର ଅନ୍ୟତମ ସ୍ରଷ୍ଟା ଥିଲେ । କଟକଠାରେ ତାଙ୍କର ଜନ୍ମ ହୋଇଥିବା ବେଳେ ଓଡ଼ିଆ ସାହିତ୍ୟର ସେ ଜଣେ ଆଧୁନିକ କବି ଥିଲେ ।

୨୦୦୬ରେ ରମାକାନ୍ତ ରଥଙ୍କୁ ଭାରତ ସରକାର ପଦ୍ମ ଭୂଷଣରେ ସମ୍ମାନିତ କରିଥିଲେ। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ପରିଚିତ ଥିଲେ ।ଏହାଛଡ଼ା ସେ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ବିଷୁବ ପୁରସ୍କାର, ଶାରଳା ପୁରସ୍କାର, ପ୍ରଜାତନ୍ତ୍ର ପ୍ରଚାର ସମିତି ଝଙ୍କାର ପୁରସ୍କାର (କବିତା),ସାରଳା ସମ୍ମାନ, ସାହିତ୍ୟ ଭାରତୀ ସମ୍ମାନ, କଳିଙ୍ଗ ରତ୍ନ ଓ ଉତ୍କଳ ରତ୍ନ ଆଦି ପୁରସ୍କାର ଲାଭ କରିଥିଲେ। ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି।ସେ ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ ।

୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ସଭାପତି ଭାବେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ୍ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ । ରମାକାନ୍ତ ରଥଙ୍କ ଲେଖାରେ ଆଧ୍ୟାତ୍ମିକ ଓ ଆଦିଭୌତିକ କଳ୍ପନାର ବ୍ୟବହାର ଦେଖାଯାଏ । ସେ ଲେଖିଥିବା କବିତା ହେଉଛି, କେତେ ଦିନର, ଅନେକ କୋଠରୀ, ସନ୍ଧିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଫେରି ଚାହିଁଲେ ।

Leave a Reply

Your email address will not be published. Required fields are marked *