ନ୍ୟୁଜ ଡେକ୍ସ : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ଅଛନ୍ତି।
ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା । ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍ଗ୍ରୁଭ୍ ନର୍ସରୀରେ ଦେଖିବାର ସୁଯୋଗ ପାଇବେ। ପୂର୍ବବର୍ଷ ଭଳି ଗୁପ୍ତି, ଖୋଳା ଓ ଡାଙ୍ଗମାଳରୁ ପର୍ଯ୍ୟଟକମାନେ ନୌବିହାର କରିପାରିବା ସହ ରାତ୍ରିଯାପନ କରିପାରିବେ l
ଭିତରକନିକାରେ ପର୍ଯ୍ୟଟକଙ୍କ ଭ୍ରମଣଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି l
