Sat. Feb 21st, 2026

ନ୍ୟୁଜ ଡେସ୍କ: ୨ ଦଫା ଦାବିନେଇ ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ । ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍‌ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି। ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି।

ହରିଶଙ୍କର ରୋଡ୍‌ରେ ୨ଟି ମାଲବାହୀ ଟ୍ରେନ୍ ଅଟକାଇ ପ୍ରତିବାଦ କରିଛନ୍ତି ଆନ୍ଦୋଳନକାରୀ। ଏହି ବନ୍ଦ ପାଳନରୁ ଅତି ଜରୁରୀ ସେବାକୁ ବାଦ ଦିଆଯାଇଛି। ବଲାଙ୍ଗୀର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ସମସ୍ତ ଅନୁଷ୍ଠାନ ବନ୍ଦ ସହ ଅଖ ଚକ ବନ୍ଦ କରିବାକୁ ଡାକରା ଦେଇଛି ସିଟିଜେନ ଫୋରମ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବନ୍ଦ ପାଳନ |

୨୦୧୪ ମସିହାରେ କେନ୍ଦ୍ର ସରକାର ଏହି ପ୍ରକଳ୍ପର ଲୋକେସନ ସର୍ଭେ ପାଇଁ ମଞ୍ଜୁର କରିଥିଲେ। ଏଥିପାଇଁ ୨.୫ କୋଟି ଟଙ୍କା ବି ଅନୁମୋଦନ କରିସାରିଛନ୍ତି, ଜମି ଚିହ୍ନଟ ବି ସରିଛି।ହେଲେ ପ୍ରକଳ୍ପ କାମ ଆଉ ଆଗେଇ ପାରିନାହିଁ। ଏଥିପାଇଁ ସିଟିଜେନ୍ ଫୋରମ୍ ପକ୍ଷରୁ ଆନ୍ଦୋଳନ କରାଯାଇଛି।

Leave a Reply

Your email address will not be published. Required fields are marked *