Sat. Feb 21st, 2026

ନ୍ୟୁଜ ଡେକ୍ସ : ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା। ଆସନ୍ତା ୧ ତାରିଖ ବେଳକୁ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା। ୩୦ରେ ଉତ୍ତର ଆଣ୍ଡାମାନ ସାଗରରେ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ। ପ୍ରଭାବରେ ଉତ୍ତର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି । ସେପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି।ଆସନ୍ତା ୨୪ ଘଂଟାରେ ଦୁର୍ବଳ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ।

ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।ସେପଟେ ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ। ବର୍ଷା ଯୋଗୁଁ ନଦୀର ଜଳସ୍ତର ବଢୁଛି ହେଲେ ବିପଦ ସଂକେତ ଛୁଇଁନି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *