Fri. Oct 24th, 2025

ନ୍ୟୁଜ ଡେକ୍ସ: ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୨୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୨୦୦ ଟଙ୍କାକୁ ପହଞ୍ଚିଛି ।

ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦, ୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୫୦ ଟଙ୍କା ରହିଛି । ଗତକାଲି ଏହା ୯୭,୫୮୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୦,୨୦୦ ଟଙ୍କା ରହିଛି ।

ଗତକାଲି ୮୯,୪୫୦ ଟଙ୍କା ଥିଲା । ଏଥିରେ ୭୫୦ ଟଙ୍କା ହ୍ରାସ ହୋଇଛି।ସେହପରି ରୁପା ଦାମ୍‌ ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧ ହଜାର ୮୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୧ ହଜାର ୮୦୦ ଥିଲା ।

Leave a Reply

Your email address will not be published. Required fields are marked *