Sun. Feb 22nd, 2026

ନ୍ୟୁଜ ଡେକ୍ସ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲ୍ଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

ତାଙ୍କର ଦେହାନ୍ତ ନେଇ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ଦେଇଛନ୍ତି। ସେ କେନ୍ଦ୍ରାପଡ଼ାର ବିଜେଡି ଜିଲ୍ଲା ସଭାପତି ମଧ୍ୟ ଥିଲେ। ସେ ଓଡ଼ିଶା ଗଣ ପରିଷଦ ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ | ତେବେ ସୂଚନା ଅନୁସାରେ, ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ ସଲାରୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ ।

ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ । ପରେ ଡେରାବିଶ ବ୍ଲକ ଚେୟାରମ୍ୟାନ ଭାବେ କାର୍ଯ୍ୟ କରିଥିଲେ । ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲା ବିଜେଡି ସଭାପତି ଭାବେ ଦାୟିତ୍ୱ ତୁଲାଇ ଥିଲେ l ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି l

Leave a Reply

Your email address will not be published. Required fields are marked *