Sun. Feb 22nd, 2026

ନ୍ୟୁଜ ଡେକ୍ସ: ପଖାଳ, ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଚାଳଘରର ମାଟି ଚଟାଣଠୁ ନେଇ ଫାଇଭଷ୍ଟାର ହୋଟେଲର ଡାଇନିଂରେ ଜମିବ ପଖାଳର ଆସର। ବେଶ୍ କିଛି ବର୍ଷ ହେବ ମାର୍ଚ୍ଚ ୨୦ରେ ରାଜ୍ୟରେ ପଖାଳ ଦିବସ ପାଳିତ ହୋଇଆସୁଛି।

ଦେଶ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ମଧ୍ୟ ପଖାଳ ଦିବସରେ ନିଜକୁ ସାମିଲ କରୁଛନ୍ତି। ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍‌ ଜଡ଼ିତ। ଆଗକାଳରେ ସିନା ପଖାଳ ସହ ଶୁଖୁଆ ଥିଲା ପାରମ୍ପରିକ ସାଥୀ। ଏବେ କିନ୍ତୁ ପଖାଳ ସହ ଚୂନା ମାଛଭଜା ଓ ଛତୁ ଆଦି ପରଷା ଯାଉଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱର କୋଣଅନୁକୋଣରେ ଓଡ଼ିଆଙ୍କର ଏହି ପାରମ୍ପରିକ ଓ ସୁସ୍ୱାଦୁ ଖାଦ୍ୟକୁ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି।

କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି, ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିବସ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି। ଓଡ଼ିଶାର ପରମ୍ପରା ଓ ସଂସ୍କୃତି ସହିତ ଜଡ଼ିତ ‘ପଖାଳ’କୁ ସାରା ବିଶ୍ବରେ ପରିଚିତ କରାଇବା ଏହି ଦିବସ ପାଳନର ଉଦ୍ଦେଶ୍ୟ।

Leave a Reply

Your email address will not be published. Required fields are marked *