ନ୍ୟୁଜ ଡେକ୍ସ: ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ରାଜ୍ୟର ସାମଗ୍ରିକ ବିକାଶ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କର ଅତୁଟ ସମର୍ଥନ ରହିଛି।
ବିକଶିତ ଓଡ଼ିଶା, ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ କେନ୍ଦ୍ର- ରାଜ୍ୟ ମିଳିତ କାର୍ଯ୍ୟ କରିବେ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉଭୟଙ୍କ ସହ ସାକ୍ଷାତ ବେଳେ ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କଲେ। ଓଡ଼ିଶାରେ ସାର୍ବଜନୀନ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ଉପରେ ଗୁରୁତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ।
ସେହିପରି ଦୁର୍ଗମ ଅଞ୍ଚଳରେ ମେଡିକାଲ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଉପରେ ମଧ୍ୟ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିବା ନେଇ ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।
