Fri. Oct 24th, 2025

ନ୍ୟୁଜ ଡେସ୍କ: ଆସନ୍ତା ଦୁଇ ଘଣ୍ଟାରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା । ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । କଟକ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଟ୍ଵିନସିଟି ସମେତ ପୁରୀ ଓ ଗଞ୍ଜାମକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ।

ରାଜ୍ୟରେ ଅନେକ ସ୍ଥାନରେ ଆଜି ସକାଳୁ ଝିପଝିପ ବର୍ଷା ହୋଇଥିବା ବେଳେ ଆଉ କିଛି ସ୍ଥାନରେ ମେଘୁଆ ପାଗ ରହିଛି। ଏନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଗଞ୍ଜାମ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ବିନ୍‌ସିଟି କଟକ ଓ ଭୁବନେଶ୍ବର ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଖରାଟିଆ ପାଗ ଦେଖିବାକୁ ମିଳିଥିବା ବେଳେ ଆଜି ସକାଳୁ ବାଗରେ ପରିବର୍ତ୍ତନ ହେବା ସହ ଆକଳ ମେଘୁଆ ରହିଛି ।

ସେପଟେ ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଢେଙ୍କାନାଳ, କଟକ, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଂଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମଧରଣର ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *