Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାସନ କାର୍ଡ ଅପଡେଟ୍ ପାଇଁ ବଢିଲା ସମୟ ସୀମା। ଫେବୃଆରୀ ୧୫ ତାରିଖ ଯାଏଁ ବଢିଲା ରାସନ ଇ-କେୱାଇସି ଅପଡେଟ୍‌। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଜାରି କରିଛନ୍ତି। ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିବା ବେଳେ ବର୍ତ୍ତମାନ ଏହା ଫେବୃଆରୀ ୧୫କୁ ବୃଦ୍ଧି ପାଇଛି। କିଛି ଲୋକ ଇ-କେୱାଇସି କରି ନଥିବାରୁ ବୃଦ୍ଧି ପାଇଁ ଦାବି କରିଥିଲେ।

ଏହାକୁ ବିଚାର କରି ସରକାର ଅବଧି ବୃଦ୍ଧି ନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨କୋଟି ୯୪ ଲକ୍ଷ ୫୯ ହଜାର ୮୮୬ e-KYC ଓ ରାଜ୍ୟ ବାହାରୁ ୧ଲକ୍ଷ ୩୦ ହଜାର ୨୬ ଜଣ ବାହାରେ e-KYC କରିଛନ୍ତି। ସୂଚନାଯୋଗ୍ୟ, ଏବେ ରାସନ କାର୍ଡ ହିତାଧିକାରୀଙ୍କ ଇ-କେୱାଇସି ଅପଡେଟ୍‌ କରାଯାଉଛି।

ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାସନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ ଇ-କେୱାଇସି ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

Leave a Reply

Your email address will not be published. Required fields are marked *