Mon. Dec 23rd, 2024

ନ୍ୟୁଜ ଡେକ୍ସ: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୫ ତାରିଖରେ ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ଶ୍ରୀଲଙ୍କା ବା ଦକ୍ଷିଣ ତାମିଲନାଡୁକୁ ମୁହାଁଇବ ଓ ବର୍ଷା ହେବ ।

କିନ୍ତୁ ରାଜ୍ୟ ଉପରେ ଏହାର ସିଧା ପ୍ରଭାବ ରହିବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ପ୍ରଫେସର ସୁରେନଦ୍ରନାଥ ପଶୁପାଳକ କହିଛନ୍ତି ଯେ, ଓଡିଶାର ଏହାର ପ୍ରଭାବ ସିଧାସଳକ ପଡିବନି, ସମ୍ଭବତଃ ତାପମାତ୍ରା ଅଧିକ ରହିବ । ଆସନ୍ତା ୪ରୁ୬ ଦକ୍ଷିଣ ଆଭ୍ୟନ୍ତରରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ଡିଗ୍ରୀ କମିବ । ଏହି ମସୟ ମଧ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇବ । ସେହିପରି ଆଜି, ଆସନ୍ତା କାଲି ଓ ଆସନ୍ତା ୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ଭୁବନେଶ୍ବର ସମେତ ଦକ୍ଷିଣ ଉପକୂଳରେ ଆସନ୍ତା ୫ ଦିନ ଯାଏଁ ତାପମାତ୍ରା ଅପରିବର୍ତ୍ତିତ ରହିବ । ସେହିପରି ୫ରୁ୭ ତାରିଖ ମଧ୍ୟରେ କୁହୁଡି ହୋଇପାରେ ବୋଲି ସେ ଆକଳନ କରିଛନ୍ତି ।ଅନ୍ୟପଟେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉପକୂଳରେ ଓ ୩ରୁ୪ ମଧ୍ୟରେ ଦକ୍ଷିଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

ଅନ୍ୟ ଜିଲ୍ଲା ଗୁଡିକରେ କୋହଲା ପାଗ ଲାଗିରହିବ । ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗର ଆକଳନ କହୁଛି, ସୋମବାର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୩ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ହାଲୁକା ବର୍ଷା ହୋଇପାରେ । ୪ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତିରେ ହାଲୁକା ବର୍ଷା ସମ୍ଭାବନା ଅଛି ।

Leave a Reply

Your email address will not be published. Required fields are marked *