Mon. Dec 23rd, 2024

ନ୍ୟୁଜ ଡେସ୍କ: ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁଁ ଏବେ ରାଜ୍ୟର ପ୍ରବଳ ବର୍ଷା ଅନୁଭୂତ ହେଉଛି । ଗତ ୨ ଦିନ ହେବ ବର୍ଷାର ପରିମାଣ ଟିକେ କମିଥିବା ବେଳେ ଆଜି ପୁଣି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ଅନୁଭୂତ ହୋଇଛି ।

ତେବେ ଏହାର ପ୍ରଭାବ କମିବା ବେଳକୁ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ଲଘୁଚାପ ଆଶଙ୍କା କରାଯାଉଛି। ଅକ୍ଟୋବର ୪ରୁ ୧୦ ଭିତରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି। ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନିଭୂତ ହେବ। ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି। ତେବେ ରାଜ୍ୟରେ ପ୍ରବଳ ବର୍ଷା ପରେ ଦୁଇ ଦିନ ହେବ ପାଗ ଶୁଖିଲା ରହିଛି।

ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଆଗାମୀ ୪ ଦିନ ଯାଏଁ ଅର୍ଥାତ ୩ ତାରିଖ ଯାଏଁ ପ୍ରବଳ ବର୍ଷା ପାଇଁ କୌଣସି ସତର୍କ ସୂଚନା ନାହିଁ । ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୪ ତାରିଖ ବେଳକୁ ବଢିପାରେ ବର୍ଷାର ପରିମାଣ । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ଅପସାରଣ କରିବା ଆରମ୍ଭ ହୋଇଯାଇଥିବା ବେଳେ ବର୍ତ୍ତମାନ ଫିରୋଜପୁର, ସୀଷରା, ଚୁରୁ, ଅଜମେର, ଦିଶା, ଜୁନାଗଡ ଓ ମାଉଣ୍ଟ ଆବୁରୁ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି ।

Leave a Reply

Your email address will not be published. Required fields are marked *