Thu. Oct 23rd, 2025

ନ୍ୟୁଜ ଡେକ୍ସ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ୨୪ ତାରିଖ ମଧ୍ୟରାତ୍ରୀରେ ସ୍ଥଳଭାଗ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାରାଦୀପର ୬୭୦ କିମି ଦୂରରେ ଅଛି ଗଭୀର ଅବପାତ। ଭୀଷଣ ରୂପ ନେଇ ଓଡ଼ିଶା ଉପକୂଳ ଭିତରକନିକାରୁ ଧାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ।

୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଏହା ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କରଲୋମିଟର ମଧ୍ୟରେ ରହିବ। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।

ସୂଚନା ମୁତାବକ, ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *