ନ୍ୟୁଜ ଡେକ୍ସ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ ।ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବାବେଳେ ଏହା ଉତ୍ତର ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବ ।
ଏହା ପ୍ରଭାବରେ ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଗାମୀ ୨୪ ଘଣ୍ଟାରେ ଏହା ଓଡ଼ିଶା ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।ଲଘୁଚାପ ପ୍ରଭାବରେ ଆଗାମୀ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।
ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ସଂଲଗ୍ନ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ସେପଟେ ଆସନ୍ତା ୩ ଘଣ୍ଟା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ପୁରୀ,କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
