Sat. Feb 21st, 2026

ନ୍ୟୁଜ ଡେକ୍ସ : ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, India Meteorological Department ପକ୍ଷରୁ ସୂଚନା ମିଳିଛି।୨୩ ତାରିଖ ସୋମବାର ବେଳକୁ ପାଗ ମୁଖ୍ୟତଃ ମେଘୁଆ ରହିବା ସହ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝୋରା ପବନ ବହିବାର ସମ୍ଭାବନା ରହିଛି।ସୋମବାର ଖୋର୍ଦ୍ଧା, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ସତର୍କତା ଜାରି ହୋଇଛି।

ମଙ୍ଗଳବାର ମୟୂରଭଞ୍ଜ, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି। ସେହି ଦିନ ମଧ୍ୟ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।ତେବେ ୨୫ ତାରିଖରୁ ପୁଣିଥରେ ପାଗ ଶୁଖିଲା ରହିବା ସହ ଧୀରେ ଧୀରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବା ଅନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *