ନ୍ୟୁଜ ଡେକ୍ସ: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଉପର ମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏ ନେଇ ସୋମବାର ଜୁଲାଇ ୭ ତାରିଖରେ ୪ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଓ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।ଏହି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୋମବାର ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କଟକ, ଢେଙ୍କାନାଳରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ।
୮ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବ । ସେହିପରି ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲା, ୧୧ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ରହିଥିବାରୁ ୟେଲେ। ୱାର୍ଣ୍ଣିଂ ଜାରି ହୋଇଛି ।
