ନ୍ୟୁଜ ଡେକ୍ସ: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ 2 ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ଗତି କରିବା ନେଇ ସମ୍ଭାବନା । ଯାହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।
ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।ସେପଟେ ସମୁଦ୍ର ଉପରେ ଥିବା ପ୍ରଣାଳୀର ପ୍ରଭାବରେ, ଆଜି ଏବଂ ଆଗାମୀ ପାଞ୍ଚ ଦିନ ପାଇଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଆଇଏମଡି ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ସତର୍କତା ଜାରି କରିଛି। ୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ, ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ପ୍ରବଳ ବର୍ଷା ପାଇଁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 30 ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ 3 ଜିଳ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ 1 ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିର ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସଆରସି ।
