Fri. Oct 24th, 2025

ନ୍ୟୁଜ ଡେକ୍ସ: ୮୦ ଭାଗରୁ ଊର୍ଦ୍ଧ୍ୱ ଦିବ୍ୟାଙ୍ଗଙ୍କ ପାଇଁ ବଢ଼ିଲା ଭତ୍ତା । ଏଣିକି ୩ ହଜାର ୫ଶହ ଟଙ୍କା ଭତ୍ତା ମିଳିବ । ଜୁନ ୨୦୨୫ରୁ ଭର୍ଦ୍ଧିତ ଭତ୍ତା ଦିଆଯିବ ।

ସରକାରଙ୍କ ଏହି ପଦକ୍ଷେପ ଅନୁସାରେ, ୨୦୨୫ ମସିହା ଜୁନ ମାସ ସୁଦ୍ଧା ଯେଉଁ ବରିଷ୍ଠ ନାଗରିକମାନଙ୍କର ବୟସ ୮୦ ବର୍ଷ ଅତିକ୍ରମ କରିଥିବ ସେମାନଙ୍କୁ ସରକାର ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ । ଯେଉଁ ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କର ଅକ୍ଷମତା ୮୦ ଭାଗରୁ ଅଧିକ ହୋଇଥିବ , ସୋମନଙ୍କୁ ମଧ୍ୟ ଜୁନ୍ ମାସରୁ ମାସିକ ୩ ହଜାର ୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।

ଏହି ଭତ୍ତା ବରିଷ୍ଠ ଏବଂ ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କୁ ସ୍ଵାବଲମ୍ବୀ ଭାବେ ଜୀବନ ଯାପନ କରିବାରେ ସହାୟତା କରିବ । ଏହି ମହତ୍ତ୍ବାକାଂକ୍ଷୀ ଯୋଜନା ଦ୍ବାରା ଉପକୃତ ହେବେ ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ଜଣ ହିତାଧିକାରୀ ।

Leave a Reply

Your email address will not be published. Required fields are marked *