Thu. Oct 23rd, 2025

ନ୍ୟୁଜ ଡେକ୍ସ: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୋହନ ସରକାରରେ ଆହୁରି ବର୍ଷେ କାମ କରିବେ ମୁଖ୍ୟ ଶାସନ ସଚିବ ଆଇଏଏସ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା । ଆସନ୍ତା ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା।

ବିଜେପି ସରକାର ଗଠନ ପରେ ଜୁନ ୩୦ରେ ସରିଥିଲା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ଆଉ ସେତେବେଳେ ଡେପୁଟେସନରୁ ଆସି ମୁଖ୍ୟ ସଚିବ ପଦରେ ବସିଥିଲେ ମନୋଜ ଆହୁଜା। ମାତ୍ର ୬ ମାସ ଭିତରେ ନୂଆ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି ମନୋଜ ଆହୁଜା। ବିଶେଷ କରି ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି ଗୁଡ଼ିକୁ ପୂରଣ କରିବାରେ ବଡ଼ ଭୂମିକା ନିଭାଇଛନ୍ତି। ଏ ଭିତରେ ରାଜ୍ୟରେ ପ୍ରଥମ ଥର ନାଭାଲ ଡେ, ଡିଜି ସମ୍ମିଳନୀର ସଫଳ ଆୟୋଜନ ହୋଇଥିବା ବେଳେ ଆଗକୁ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ।

ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ଶ୍ରୀ ଆହୁଜା ଭୁବନେଶ୍ୱର ଫେରି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।

Leave a Reply

Your email address will not be published. Required fields are marked *