Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ । ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗଇଦେବାକୁ ପ୍ରତିଶ୍ରୁତିବଦ୍ଧ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଆମ ଦେଶ ତା’ର ଅନନ୍ୟ କୃଷି ପ୍ରଣାଳୀ ପାଇଁ ସାରା ବିଶ୍ଵରେ ପ୍ରଶଂସିତ । ଆମ ରାଜ୍ୟର ପ୍ରାୟ ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଏବଂ ଆନୁଷଙ୍ଗିକ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ । ମେ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଣ କରାଯାଇ ସେ ବାବଦକୁ ଡ଼ିବିଟି ମାଧ୍ୟମରେ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି l ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଆମ ଦେଶର କୃଷକ ସମାଜକୁ ବହୁ ସମ୍ମାନ ଦିଅନ୍ତି । ସେମାନଙ୍କୁ ଅନ୍ନଦାତା ଭାବେ ସମ୍ବୋଧନ କରନ୍ତି । ସମସ୍ତଙ୍କୁ କୃଷି କ୍ଷେତ୍ରରେ ନିଜ ନିଜର ଅବଦାନ ଦେଇ କୃଷିକୁ ଦେଶର ମୁଖ୍ୟ ଆଧାର କରିବାକୁ ସେ ଆହ୍ଵାନ ଦେଇଛନ୍ତି ।

ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ ।ସେ କହିଥିଲେ, ଆମ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ବିଭିନ୍ନ ଚାଷୀ କଲ୍ୟାଣକାରୀ ପଦକ୍ଷେପ ଗୁଡ଼ିକ କେବଳ କୃଷକଙ୍କର ଆୟବୃଦ୍ଧି କରିନାହିଁ ବରଂ ରାଜ୍ୟରେ କୃଷି ବିକାଶରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି ଏବଂ ସରକାର ଏହି କ୍ଷେତ୍ରର ଏକ ସ୍ଥାୟୀ ବିକାଶ ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ନିକଟରେ ମେ’ ମାସ ୨୯ ତାରିଖରୁ ଜୁନ ମାସ ୧୨ ତାରିଖ ପର୍ଯ୍ୟନ୍ତ ପୁରୀର ସଖି ଗୋପାଳ ଠାରୁ ଆରମ୍ଭ ହୋଇଥିବା “ବିକଶିତ କୃଷି ସଂକଳ୍ପ ଅଭିଯାନ” ଦେଶବ୍ୟାପୀ ଚାଲୁ ରହିଥିଲା ଯାହା ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ବିକଶିତ କୃଷି ସଂକଳ୍ପ ଅଭିଯାନ କୃଷକମାନଙ୍କର ସାମୂହିକ କଲ୍ୟାଣ ସାଧନ ସହ କୃଷି କ୍ଷେତ୍ରରୁ ରୋଜଗାର ବୃଦ୍ଧି ପାଇଁ ବାସ୍ତବିକ ଏକ ଯୁଗାନ୍ତକାରୀ ପଦକ୍ଷେପ ।

Leave a Reply

Your email address will not be published. Required fields are marked *