Thu. Oct 23rd, 2025

ନ୍ୟୁଜ ଡେକ୍ସ : ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ। ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିଛି କମିସନରେଟ୍ ପୋଲିସ। ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରାଯାଇଛି। ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରେ ବ୍ୟାପକ ଯାଞ୍ଚ ଆରମ୍ଭ ହୋଇଛି। ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ଏହି ଚଢ଼ଉରେ ସାମିଲ ରହିଛନ୍ତି। ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏହି କାମରେ ନିୟୋଜିତ ହୋଇଛନ୍ତି ୫ ଏସିପି, ୪ ଜଣ ଆଇଆଇସି ଓ ୧୩ ଏଏସ୍ଆଇ।

ଜୋନ ୫ ଏସିପି ବିଶ୍ବରଂଜନ ସେନାପତି କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରିବେ। ବରିଷ୍ଠ ପୁଲିସ ଅଧିକାରୀ ଅନୁପ କାନୁନଗୋ ସମ୍ପୂର୍ଣ୍ଣ ସୁରକ୍ଷା ଦୟିତ୍ୱକୁ ତୁଲାଉଥିବା ଜଣାଯାଇଛି। ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ଏହି ଚଢ଼ଉରେ ସାମିଲ ରହିଛନ୍ତି। ଏହି କାରଣରୁ ଆଜି ଦିନ ୧.୩୦ ପର୍ଯ୍ୟନ୍ତ ବିଶ୍ଵବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଥିଲେ ପିଜି କାଉନସିଲ।

Leave a Reply

Your email address will not be published. Required fields are marked *