Tue. Dec 24th, 2024

ନ୍ୟୁଜ ଡେକ୍ସ: ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରର ଆକଳନ ଅନୁଯାୟୀ, ଶନିବାର ପ୍ରବଳ ବର୍ଷା ହେବା ନେଇ ୨୧ ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ କେନ୍ଦୁଝର। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଆଜି ରେଡ ୱାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭାଗ । ଫଳରେ ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଣ୍ଟରରୁ ଅଧିକ ବର୍ଷାହେବା ସମ୍ଭାବନା ରହିଛି। ତେଣୁ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ବନ୍ଦ ଘୋଷଣା କରାଯାଇଛି। ତେଣୁ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ମୋହନ ସରକାର । ଭଦ୍ରକରେ ପ୍ରଥମରୁ ଦ୍ୱାଦଶ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ ।

ସେହିପରି ବାଲେଶ୍ୱର ଜିଲ୍ଲାରେ ସ୍କୁଲ୍ ସହ ସମସ୍ତ କେଲଜ ମଧ୍ୟ ବନ୍ଦ ରହିବାକୁ ନିଷ୍ପତ୍ତି । ଏହା ସହ କେନ୍ଦ୍ରାପଡ଼ା, ମୟୂରଭଞ୍ଜରେ ମଧ୍ୟ କାଲି ସମସ୍ତ ସ୍କୁଲ୍‌ ବନ୍ଦ ରହିବ । ବାତ୍ୟା ‘ଦାନା’ ଗତ ଗୁରୁବାର ମଧ୍ୟ ରାତ୍ରରେ ଭିତରକନିକାରେ ମାଡ଼ ହେବା ପରେ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଗତକାଲି ଏହା ଡିପ ଡିପ୍ରେସନ୍‌ରେ ଓ ଆଜି ସକାଳେ ଆହୁରି ଦୁର୍ବଳ ହୋଇ ଡିପ୍ରେସନରେ ପରିଣତ ହୋଇଛି। ଏବେ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି ଅବପାତ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି।

Leave a Reply

Your email address will not be published. Required fields are marked *